ଭୁବନେଶ୍ୱରରୁ ସର୍ବାଧିକ ୨୪୮ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୪୧

Published By : Prameya-News7 Bureau | July 24, 2020 IST

ଭୁବନେଶ୍ୱର, ୨୪|୦୭: ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୦୭ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ ଲାଭ କରିଥିବା ସୂଚନା ମିଳିଛି ।

wp:html /wp:html

ଏହାସହ ରାଜଧାନୀରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୧୭୧୭ରେ ପହଁଚିଛି ।ଏହାମଧ୍ୟରୁ ୮୩୪ଜଣ ସୁସ୍ଥ ହୋଇଥିବା ବେଳେ ୧୧ଜଣ ପ୍ରାଣ ହରାଇଛନ୍ତି । ସେହିପରି ୮୭୦ଟି ସକ୍ରିୟ କେସ୍ ରହିଛି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୫୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.