Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୪୮୭ କୋଭିଡ୍ ପଜିଟିଭ୍ ଚିହ୍ନଟ

6/07/2021 at 8:39 AM

ଭୁବନେଶ୍ୱର ୦୬।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୯ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୨୦୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜମ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୭ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୪୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts