ଭୁବନେଶ୍ୱର୧୭/୬: ପୂର୍ବ ଲଦାଖ ଭାରତ ଓ ଚୀନ ସୀମା ନିକଟରେ ଥିବା ଗଲଓ୍ଵାନ ଘାଟିରେ ସୋମବାର-ମଙ୍ଗଳବାର ରାତି ସହିଦ ହୋଇଥିବା ୨ ଜଣ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ।
wp:core-embed/twitter {"url":"https://twitter.com/CMO_Odisha/status/1273257835602862081?s=20","type":"rich","providerNameSlug":"twitter","className":""} /wp:core-embed/twitterସୂଚନାଯୋଗ୍ୟ, ଗଲଓ୍ଵାନ ଘାଟିରେ ଚଳିତ ମାସ ୧୫ ଓ ୧୬ ତାରିଖ ରାତିରେ ୨୦ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ। ଏଥିରେ ଓଡ଼ିଶାରୁ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନ (୨୮) ଓ ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡଚମ୍ପାଉଦା ଗ୍ରାମର ସ୍ୱର୍ଗତ କାହ୍ନ ସୋରେନଙ୍କ ପୁଅ ନନ୍ଦୁରାମ (୪୩) ସାମିଲ ଥିଲେ।