ରାଜ୍ୟରେ କରୋନା ନେଲା ଆଉ ୨୫ଜଣଙ୍କ ଜୀବନ, ୨୪୦୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 20, 2021 IST

ଭୁବନେଶ୍ୱର ୨୦।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":454708,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୫୫୮୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୮୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୬୬୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୪୦୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୧୧୧୮୯୮୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.