ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୫୧ କୋଭିଡ୍ ସଂକ୍ରମିତ, ୩୩୦୧୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
2/01/2021 at 10:40 AM

ଭୁବନେଶ୍ବର ୦୨।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 1st January, 2021
— I & PR Department, Odisha (@IPR_Odisha) January 2, 2021
New Positive Cases: 251
In quarantine: 148
Local contacts: 103
(Details of local contacts will be shared by concerned Dist Administration)
District Wise Cases:
1. Angul: 31
2. Balasore: 8
3. Bargarh: 15
4. Bhadrak: 1
5. Balangir: 13
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
21. Sonepur: 1
— I & PR Department, Odisha (@IPR_Odisha) January 2, 2021
22. Sundargarh: 34
23. State Pool: 3
New recoveries: 301
Cumulative tested: 7000844
Positive: 330117
Recovered: 325733
Active cases: 2451
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୫୭୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୦୦୮୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।