୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା

Published By : Prameya-News7 Bureau | December 02, 2021 IST

ଭୁବନେଶ୍ୱର ୦୨।୧୨: ଗତ ୨୪ ଘଣ୍ଟା ମଧ୍ୟରେ ୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୫୯୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୪ ଜଣ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୫୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୮୪୭୩୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.