ରାଜ୍ୟରେ ଚିହ୍ନଟ ହେଲେ ୨୫୪୬ କରୋନା ସଂକ୍ରମିତ, ୨୫୨୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 11, 2020 IST

ଭୁବନେଶ୍ବର ୧୧।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୫୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୨୨୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୪୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୨୦୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ଼ ଜିଲ୍ଲାରୁ ୯୨ଜଣ, ଭଦ୍ରକ ଜିଲ୍ଲାରୁ ୩୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୫ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଝଣ, କଟକ ଜିଲ୍ଲାରୁ ୧୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ,ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୯୦ଜଣ, ଝାରସଗୁଡ଼ା ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୭୫ଜଣ, କନ୍ଧମାଳ ଜିଲ୍ଲା ୪୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୦ଜଣ, କୋରାପୁଟ ଜିଲ୍ଲାରୁ ୭୨ଜଣ, ମାଲକାନଗିରି ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୪୮ଜଣ, ନୂଆପଡ଼ା ଜିଲ୍ଲାରୁ ୮୮ଜଣ, ପୁରୀ ଜିଲ୍ଲାରୁ ୭୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୮୪ଜଣ, ସୋନପୁର ଜିଲ୍ଲାରୁ ୪୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୧ଜଣ, ଷ୍ଟେଟ ପୁଲରୁ ୮୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୨୨୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୪୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୧୦୫୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.