ମଙ୍ଗଳବାରର ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କେମିତି କଟିବ ଆସନ୍ତାକାଲିର ଦିନ

Published By : Prameya-News7 Bureau | May 24, 2021 IST

ମେଷ – ସତର୍କ ନ ରହିଲେ ପ୍ରତାରିତ ହେବେ । କଠୋର ସ୍ୱଭାବର ଏବଂ ପରାକ୍ରମୀ ହୋଇପାରନ୍ତି । ଚତୁର ଓ ଧନଯୁକ୍ତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଶୁଭ ଫଳ ପାଇ ପାରନ୍ତି ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – ସ୍ୱଇଚ୍ଛାରେ କାର୍ଯ୍ୟ ସଂପାଦନ କରିବେ । କର୍ମରେ ଉନ୍ନତି ଘଟିବ । ଶୁଭ ଖବର ପାଇ ଖୁସି ହେବେ । ଗୁରୁକୃପା ଲାଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଚାଷୀ- ସପରିବାର ସହ ସମୟ ବିତାଇବେ ।

ମିଥୁନ - ସମ୍ମାନିତ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ପାରିବାରିକ ଓ ବ୍ୟବସାୟରେ ଲାଭବାନ ହେବେ । ବନ୍ଧୁ ମିଳନ ଘଟିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଜଟିଳ ସମସ୍ୟାର ସୁ ସମାଧାନ କରିପାରନ୍ତି । ପରୋପକାରରେ ବ୍ରତୀ ହୋଇପାରନ୍ତି । ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ବିଦ୍ୟାରୂପକ ମହାଧନ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ନିର୍ଭୟରେ କାର୍ଯ୍ୟ କରି ଚାଲିବେ । ଧନକ୍ଷୟ ହେବାର ସମ୍ଭାବନା ଅଛି । କ୍ଳାନ୍ତି ଓ ଅବସାଦର ସମ୍ମୁଖୀନ ହୋଇପାରନ୍ତି । ପରଚର୍ଚ୍ଚାରୁ ବିରତ ହେବାକୁ ପଡିବ ।  ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ବନ୍ଧୁ ମିଳନରେ ଉପକୃତ ହେବେ । ସମ୍ମାନିତ ହେବେ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟିି ହେବ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ ।  ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – କାର୍ଯ୍ୟ ହାସଲ କରିବାକୁ ହେଲେ କ୍ରୋଧ ସମ୍ବରଣ କରିବାକୁ ପଡିବ । ବନ୍ଧୁଙ୍କ ସହ-ଯୋଗ ମିଳିବ । କାର୍ଯ୍ୟ ସମ୍ପାଦନର ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ବହୁ ସୁଖର ଅଧିକାରୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ପାରଙ୍ଗମ ହେବେ । ହର୍ଷଯୁକ୍ତ , ଶୁଦ୍ଧ ଭାଷୀ ଓ ଧନଶାଳୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସାଧନା ଫଳବତୀ ହେବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରି ଗଢି ତୋଳିବେ । ଶତ୍ରୁ ଦମନରେ ପାରଙ୍ଗମ ହେବେ । ଆଇନାନୁ-ମୋଦିତ କାର୍ଯ୍ୟ କରି ଆଦର୍ଶବାଦୀ ନୀତି ସୃଷ୍ଟି କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ - ନୀତିରୁ ବିଚ୍ୟୁତ ହେବେ ନାହିଁ । ଦେବପୂଜାରେ ନିଜକୁ ନିୟୋଜିତ କରିପାରନ୍ତି । ନାନାବିଧ ସୁଖର ଅଧିକାରୀ ହୋଇପାରନ୍ତି । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ପିଙ୍କ୍। ଶୁଭ ଅଙ୍କ ୩ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମୀନ - ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ। ମଙ୍ଗଳମୟ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ସପରିବାର ସହ ସମୟ ବିତାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.