ଗଞ୍ଜାମରେ ଆଜି ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ, ୩ହଜାର ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା
9/07/2020 at 11:44 AM

ବ୍ରହ୍ମପୁର ୦୯।୦୭: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ରାଜ୍ୟର କରୋନା ଗ୍ରାଫ ବଢିବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞାମ ଜିଲ୍ଲାରୁ ପୁଣି ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୩୦୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି । ସେହିପରି ଆଜି ଜିଲ୍ଲାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯାହାକୁ ମିଶାଇ ମୃତ୍ୟୁ ସଂଖ୍ୟା ଗଞ୍ଜାମରେ କେବଳ ୩୦କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାରେ ଗତ କିଛି ଦିନ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବଢୁଛି । ଯାହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଯେପରି ଜିଲ୍ଲା ଭିତରକୁ ଅନ୍ୟ ଜିଲ୍ଲାର ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରିଛନ୍ତି । ଗଞ୍ଜାମ ସହିତ ଲାଗି ରହିଥିବା ଖୋର୍ଦ୍ଧା ଓ ଅନ୍ୟ ଜିଲ୍ଲା ମାନଙ୍କର ସୀମାକୁ ମଧ୍ୟ ସିଲ୍ କରାଯାଇଛି । ସେହିପରି ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ସଟ୍ଡାଉନ୍ ଘୋଷଣା କରାଯାଇଛି । ବିଭିନ୍ନ ମେଡିକାଲରେ ମଧ୍ୟ ସଚେତନା ମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି ।