Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୦ କୋଭିଡ୍ ସଂକ୍ରମିତ, ୩୩୧୮୬୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

10/01/2021 at 11:59 AM

ଭୁବନେଶ୍ବର ୧୦।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ,ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୮୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୮୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୧୭୨୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts