ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୬୨ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 14, 2021 IST

ଭୁବନେଶ୍ୱର ୧୪।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୪୭୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୪୩୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୮୩୯୧୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.