ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୩ କୋଭିଡ୍ ସଂକ୍ରମିତ, ୩୨୯୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 29, 2020 IST

ଭୁବନେଶ୍ବର ୨୯।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୦୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୩୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୮୨୫୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.