Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା

27/11/2021 at 10:02 AM

ଭୁବନେଶ୍ୱର ୨୭।୧୧: ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୪୯୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୫୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୧ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୬୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୬୯୩୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts