ରାଜ୍ୟରେ ଚିହ୍ନଟ ହେଲେ ୨୬୭୩ କରୋନା ସଂକ୍ରମିତ,୨୩୮୦୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 06, 2020 IST

ଭୁବନେଶ୍ବର ୦୬।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୧୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୦ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୯୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୮୮ଝଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଝଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୮ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୨ଜଣ, ନୟାଗଡ଼ ଜିଲ୍ଲାରୁ ୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୫୯ଜଣ, ପୁରୀ ଜିଲ୍ଲାରୁ ୧୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୭୩ଜଣ, ସୋନପୁର ଜିଲ୍ଲାରୁ ୬୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ, ଷ୍ଟେଟ ପୁଲ୍‌ରୁ ୮୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୦୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୬୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୫୨୪୨୪୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.