ରାଜ୍ୟରେ ଚିହ୍ନଟ ହେଲେ ୨୬୯୭ କରୋନା ସଂକ୍ରମିତ, ୨୪୬୮୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 09, 2020 IST

ଭୁବନେଶ୍ବର ୯।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୬୮୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୮୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୬୯୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୬୪୬୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.