Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

୨୬ରେ ସ୍ଥଳଭାଗ ଛୁଇଁବ ‘ୟଶ୍’ ! ଆଜିଠୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

21/05/2021 at 1:33 PM

ଭୁବନେଶ୍ୱର,୨୧/୦୫:  ୨୬ରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟଶ୍ । ଅର୍ଥାତ ୨୬ରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ଏନେଇ ଅନୁମାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ଏସଆରସି କହିଛନ୍ତି ଯେ,ଆସନ୍ତା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ଏହା ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଶନିବାର ବଙ୍ଗୋପସାଗରରେ ଲଘୁଚାପର କେନ୍ଦ୍ର ସୃଷ୍ଟି ହେବ । ଲଘୁଚାପ ୨୩ ତାରିଖରେ ଡିପ୍ ଡିପ୍ରେସନରେ ପରିଣତ ହେବ । ୨୪ରେ ଏହା ସାମୁଦ୍ରିକ ଝଡ ଓ ବାତ୍ୟାରେ ପରିଣତ ହେବ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବାତ୍ୟାସ୍ଥଳରେ ବିଭିନ୍ନ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ବିଦ୍ୟୁତ ସଂଯୋଗ, ଖାଦ୍ୟ, ପାନୀୟ ଜଳ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଶୁକ୍ରବାରଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ମନା କରାଯାଇଛି । ଏନଡିଆରଏଫ, ଓଡ୍ରାଫ ଟିମ୍, ପାଓ୍ୱାର ସପ୍ଲାଇ ଟିମ୍‌କୁ ମଧ୍ୟ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଏସଆରସି କହିଛନ୍ତି ।  

   Related Posts