Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||
  • ୨୮୬ ବସ୍ତା ପିଡିଏସ ଚାଉଳ ଜବତ, ଚୋରାରେ ବିକ୍ରି ପାଇଁ ଯାଉଥିବା ବେଳେ ଧରିଲେ ଲୋକେ
  • ||
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ସୋଆ ଡିମଡ ଟୁ ବି ୟୁନିଭରସିଟିରେ ୨୬ ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ଆଜି ଦ୍ବିତୀୟ ଦିନ

28/12/2018 at 10:00 AM

ଭୁବନେଶ୍ବର ୨୮|୧୨:  ୨୬ ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ଆଜି ଦ୍ବିତୀୟ ଦିନ । ସୋଆ ଡିମଡ ଟୁ ବି ୟୁନିଭର୍ସିଟି ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ଏହାର ଥିମ୍ ରହିଛି ସାଇନ୍ସ ଟେକ୍ନୋଲୋଜି ଆଣ୍ଡ ଇନୋଭେସନ ଫର ଏ କ୍ଲିନ୍, ଗ୍ରୀନ ଏଣ୍ଡ ହେଲଦି ନେସନ । ଶିଶୁ ବିଜ୍ଞାନ କଂଗ୍ରେସରେ ୧୦ ରୁ ୧୭ ବର୍ଷ ବୟସ ମଧ୍ୟରେ ୮ଶହ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି । ଆଜି ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସରେ ବିଭିନ୍ନ ସେମିନାର ରହିଛି ।

ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସରେ ୨୯ଟି ରାଜ୍ୟ ଓ ୭ଟି କେନ୍ଦ୍ର ଶାସିତ ଅଞ୍ଚଳ ସମେତ ୧୦ଟି ଏସୀୟ ଓ ୫ଟି ଗଲ୍ଫ ରାଷ୍ଟ୍ରର ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି । ୧୦ ରୁ ୧୭ ବର୍ଷ ମଧ୍ୟରେ ୮ଶହ ଶିଶୁ ବୈଜ୍ଞାନିକଙ୍କ ସହ ସାମିଲ ହୋଇଛନ୍ତି ୪ ଶହ ଶିକ୍ଷକ । ଶିଶୁ ବିଜ୍ଞାନ କଂଗ୍ରେସରେ ୮୦ଟି ପ୍ରଦର୍ଶନୀ ସାଙ୍ଗକୁ ୭ଟି ଆକ୍ଟିଭିଟି ସେଣ୍ଟର ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଶୁ ବିଜ୍ଞାନ କଂଗ୍ରେସକୁ ଉଦଘାଟନ କରିଥିବା ବେଳେ ଉଦଯାପନୀ ସମାରୋହରେ ଯୋଗଦେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଆଜିଠାରୁ  ଆରମ୍ଭ ହୋଇଥିବା ଏହି ବିଜ୍ଞାନ କଂଗ୍ରେସ ୩୧ ତାରିଖରେ ଶେଷ ହେବ । ୧୯୯୩ରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିଲା ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ ।

   Related Posts