Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ରାଜ୍ୟରେ କରୋନା ନେଲା ୨୭ ଜଣଙ୍କ ଜୀବନ, ୨୪୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

21/05/2021 at 8:50 AM

ଭୁବନେଶ୍ୱର ୨୧।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା, କୋରାପୁଟରୁ ୪ ଜଣ ଲେଖାଏଁ, ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ, ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୪୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୫୬୫୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୮୦୬୪୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts