ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୭୬ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 08, 2021 IST

ଭୁବନେଶ୍ୱର ୦୮।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୭୪୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ୱଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୭୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୨୧୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୪୭୧୦୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.