Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୮୦୩ କୋଭିଡ୍ ପଜିଟିଭ୍ ଚିହ୍ନଟ

5/07/2021 at 8:36 AM

ଭୁବନେଶ୍ୱର ୦୫।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୦୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୫ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୪୪୧ଜଣ, ଦେୋଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୭ଜଣ, ଯାଜପୁର ଜିଲ୍ଲାରୁ ୧୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୫ଜଣ, କୋରାପୁଟ ଜିଲ୍ଲାରୁ ୬୫ଜଣ, ମାଲକାନଗିରି ଜିଲ୍ଲାରୁ ୫୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୯୧ଜଣ ରହିଛନ୍ତି ।  

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୪୬୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୬୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୧୨୫୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts