Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୧୫

13/10/2020 at 4:21 PM

ଭୁବନେଶ୍ୱର ୧୩।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୮୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୧୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୯ ଜଣ ରହିଥିବା ବେଳେ ୧୯୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୦୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୫୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୨ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts