ଭୁବନେଶ୍ବରରୁ ଦିନକରେ ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୪ ସୁସ୍ଥ

Published By : Prameya-News7 Bureau | July 15, 2021 IST

ଭୁବନେଶ୍ବର ୧୫/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ଖସୁଛି । ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୮୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୨୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୪, ୮୮୩ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୩,୦୯୭ ଜଣ ସୁସ୍ଥ ହୋଇସାରିଛନ୍ତି । ୫୭୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୯୨ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

wp:embed {"url":"https://twitter.com/bmcbbsr/status/1415651085138550784","type":"rich","providerNameSlug":"twitter","responsive":true,"className":""}
https://twitter.com/bmcbbsr/status/1415651085138550784
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.