କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୮୭୦ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | July 04, 2021 IST

ଭୁବନେଶ୍ୱର ୦୪।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪୦ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୪୪୦ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୫ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ଜଣ, ଯାଜପୁର ଜିଲ୍ଲାରୁ ୧୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୪ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୫ଜଣ, ନୟାଗଡ଼ ଜିଲ୍ଲାରୁ ୧୦୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୫୦ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ଜଣ, ଷ୍ଟେଟ ପୁଲ୍‌ରୁ ୬୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୧୮୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୭୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.