Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୨୮,୭୦୧ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୫୦୦ ମୃତ

13/07/2020 at 9:24 AM

ନୂଆଦିଲ୍ଲୀ, ୧୩|୦୭: ସାରା ଦେଶରେ କରୋନା ଭାଇରସର ଆତଙ୍କ ଜାରି ରହିଛି । ଦିନକୁଦିନ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ୨୮ ହଜାର ୭୦୧ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ୫୦୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୮ ହଜାର ୨୫୪କୁ ବୃଦ୍ଧି ପାଇଛି । ଏବେସୁଦ୍ଧା ୧ କୋଟି ୧୮ ଲକ୍ଷ ୨୫୬ କରୋନା ଟେଷ୍ଟ୍ କରାଯାଇଛି । ଏହାମଧ୍ୟରୁ ରବିବାର ୨ ଲକ୍ଷ ୧୯ ହଜାର ୧୦୩ ଟେଷ୍ଟ କରାଯାଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ, ଦେଶରେ ଏବେସୁଦ୍ଧା ୩ ଲକ୍ଷ ଏକ ହଜାର ୬୦୯ଟି ସକ୍ରିୟ କେସ୍ ରହିଛି । ମୋଟ ୨୩ ହଜାର ୧୭୪ଜଣଙ୍କ ଜୀବନ ଯାଇଛି । ୫ ଲକ୍ଷ ୫୩ ହଜାର ୪୭୦ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts