କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୯୫୭ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | June 22, 2021 IST

ଭୁବନେଶ୍ୱର ୨୨।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୩୪୯୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪୭ଜଣ, ବରଗଡ଼ ଜିଲ୍ଲାରୁ ୪୧ଜଣ, ଭଦ୍ରକ ଜିଲ୍ଲାରୁ ୧୯୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୪୭ଜଣ, କଟକ ଜିଲ୍ଲାରୁ ୨୭୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୫୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୮ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍‌ରୁ ୭୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୩୪୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୯୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୪୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୨୧୭୮୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.