Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୨୯୮ କରୋନା ଆକ୍ରାନ୍ତ

4/01/2021 at 8:24 PM

ଭୁବନେଶ୍ବର, ୦୪/୦୧ : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି । ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ନିଜର କାୟା ମେଲାଇ ପାରୁ ନାହିଁ ମହାମାରୀ କରୋନା। ଫଳରେ ରାଜ୍ୟରେ କରୋନାର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି ।

ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩,୨୬,୫୦୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୋମବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୁନ୍ଦରଗଡରୁ ସର୍ବାଧିକ ୪୯ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୪୮, କଟକରୁ ୨୪, କେନ୍ଦ୍ରାପଡାରୁ ୧୬, ବାଲେଶ୍ୱରରୁ ୧୫, କେନ୍ଦୁଝରରୁ ୧୫, ଝାରସୁଗୁଡାରୁ ୧୪, ଯାଜପୁରରୁ ୧୩, ଖୋର୍ଦ୍ଧାରୁ ୧୨, ମୟୂରଭଞ୍ଜରୁ ୧୨, ବରଗଡରୁ ୧୦, ବଲାଙ୍ଗୀରରୁ ୧୦,  ସମ୍ବଲପୁରରୁ ୮ , ଦେବଗଡରୁ ୬, ଗଞ୍ଜାମରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୫, ନୂଆପଡାରୁ ୪, ରାୟଗଡାରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ମାଲକାନଗିରିରୁ ଜଣେ ସୁସ୍ଥ ହୋଇଛନ୍ତି ।

   Related Posts