Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ଦ୍ବିତୀୟ ଦିନରେ

27/09/2019 at 4:40 PM

ସମ୍ବଲପୁର ୨୭|୯: ପଶ୍ଚିମ ଓଡିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡିଶା ଓକିଲ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଓ ଜିଲ୍ଲା ଓକିଲ ସଂଘର ଆନ୍ଦୋଳନ ଆଜି ଦ୍ବିତୀୟ ଦିନରେ ପହଞ୍ଚିଛି । ଆଜି ମଧ୍ୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବା ସହ, ବ୍ୟାଙ୍କ ବୀମା ପୋଷ୍ଟ ଅଫିସ୍‌ ବନ୍ଦ ରହିଛି । ସେପଟେ ଓକିଲମାନେ କଚେରୀ ଛକରେ ଧାରଣାରେ ବସି ରହିବା ସହ, ବିଚାରପତିମାନଙ୍କୁ କୋର୍ଟ ପରିସରକୁ ଛାଡିଦେଇନଥିଲେ। ଫଳରେ ଜିଲ୍ଲାର ସମସ୍ତ କୋର୍ଟକାର୍ଯ୍ୟ ଠପ୍‌ ହୋଇଯାଇଛି। ସମ୍ବଲପୁର ଭଳି ପଶ୍ଚିମ ଓଡିଶାର ୯ଟି ଜିଲ୍ଲାରେ ଓକିଲମାନେ ବନ୍ଦ ପାଳନ କରିଛନ୍ତି। ରାଜ୍ୟ ସରକାରଙ୍କ ଦ୍ବାରା ଗଠିତ ବିଭାଗୀୟ ସଚିବଙ୍କ କମିଟି ବୈଠକ ଡାକିବା ଓ କେନ୍ଦ୍ର ସରକାରଙ୍କୁ ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପୂର୍ଣ୍ଣାଙ୍ଗ ରିପୋର୍ଟ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି, ସିଏସିର ପ୍ରମୁଖ ମୁଖପାତ୍ର ସୂଚନା ଦେଇଛନ୍ତି ।

   Related Posts