ଭୁବନେଶ୍ବର ୧୮|୪: ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ମତଦାନ ଜାରି ରହିଛି । ଓଡିଶାରେ ଦିନ ୧ଟା ସୁଦ୍ଧା ୩୩ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ପଦ୍ମପୁରରେ ୩୮, ଭଟଲିରେ ୩୫.୭, ବରଗଡରେ ୩୩.୪, ଅତାବିରାରେ ୩୪.୨, ବିଜେପୁର ୩୫ ପ୍ରତିଶତ ଭୋଟିଂ ହୋଇଛି ।
ସକାଳ ୯ଟାରେ ୬.୫ ପ୍ରତିଶତ ମତଦାନ ହୋଇଥିବାବେଳେ ଦିନ ୧୧ଟାରେ ୧୮ପ୍ରତିଶତ ମତଦାନ ହୋଇଥିଲା ।
ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୫ଟି ଲୋକସଭା ଏବଂ ଏହାର ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ଏଥିରେ ୨୭୯ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି।
୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଏଥିପାଇଁ ରାଜ୍ୟର ସମୁଦାୟ ୯୧୧୭ଟି ବୁଥ୍ ପ୍ରସ୍ତୁତ କରାଯାଇଛି। ସମୁଦାୟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ମତଦାନ କରିବେ ବୋଲି ଆଶା କରାଯାଉଛି। ଏମାନଙ୍କ ମଧ୍ୟରେ ଅଛନ୍ତି ୭ ଲକ୍ଷ ୯୯ ହଜାର ୯୯୯ ଜଣ ନୂଆ ଭୋଟର ଅଛନ୍ତି ।