Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଜାମ୍ମୁ କାଶ୍ମୀରରେ ୩.୮ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ, ଲୋକେ ଭୟଭୀତ

16/06/2020 at 7:07 AM

ଶ୍ରୀନଗର ୧୬।୬: ଜାମ୍ମୁ କାଶ୍ମୀରରେ ପୁଣି ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ରହିଛି । ସୋମବାର ସକାଳେ ମଧ୍ୟ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଥିଲା । ସକାଳ ୪ଟା ୩୬ମିନିଟ୍‌ରେ ଏକ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୩.୨ ଥିଲା ।

ଏହାପୂର୍ବରୁ ଜୁନ୍ ୯ ତାରିଖରେ ଜାମ୍ମୁ କାଶ୍ମୀରରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ବୋଲି ଆକଳନ କରାଯାଇଥିଲା । ଏହି ଭୂକମ୍ପର କେନ୍ଦ୍ର ଶ୍ରୀନଗରର ୧୪ କିଲୋମିଟର ଉତ୍ତରରେ ଏବଂ ଗାଣ୍ଡରବେଲ୍ଟର ୭ କିଲୋମିଟର ଦକ୍ଷିଣ-ପୂର୍ବରେ ଥିଲା ।

ସେହିଭଳି ଗୁଜୁରାଟରେ ୨୪ ଘଣ୍ଟା ମଧ୍ୟରେ ତୃତୀୟ ଥର ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା । ଭୂକମ୍ପର ତୀବ୍ରତା ୪.୧ ରହିଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଭୁଜ୍ ରହିଥିଲା । ଭୁଜର ଭାଚୁଆ ନିକଟରେ ୨୪ ଘଣ୍ଟାରେ ୧୮ ଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ଯେଉଁଥିରୁ ୧୫ଟି ଝଟ୍‌କା ସାମାନ୍ୟ ଥିଲା । ବାରମ୍ବାର ଭୂକମ୍ପ ଯୋଗୁଁ ଲୋକମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏହାପୂର୍ବରୁ ରବିବାର ଦିନ କୁଚରେ ୫.୫ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା ।

ଏହାପୂର୍ବରୁ ଜୁନ୍ ୮ରେ ଦିଲ୍ଲୀ-ଏନସିଆରରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୧ ଥିଲା । ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ଅନୁଯାୟୀ, ହରିୟାଣାର ଗୁରୁଗ୍ରାମର ୧୩ କିଲୋମିଟର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏକ ସ୍ବଳ୍ପ ତୀବ୍ର ଭୂକମ୍ପ ହୋଇଥିଲା । ଏହାର ଗଭୀରତା ୧୮ କିଲୋମିଟର ଥିଲା ଏବଂ ଏହା ଅପରାହ୍ନ ସମୟରେ ଅନୁଭୂତ ହୋଇଥିଲା ​​।

   Related Posts