Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ବହୁ ଚର୍ଚ୍ଚିତ ଦିନାଡିଆ ହତ୍ୟା ମାମଲା : ୩ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ

8/02/2019 at 2:28 PM

ଅସ୍ତରଙ୍ଗ ୮|୨: ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଦିନାଡିଆ ଗାଁରେ ଗୋଟିଏ ପରିବାରର ବାପା-ମା ଓ ୨ ଶିଶୁ କନ୍ୟାକୁ ହତ୍ୟା ମାମଲାରେ ୩ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ନିମାପଡ଼ା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ । ଗତ ବୁଧବାର ହତ୍ୟା ଅଭିଯୋଗରେ ୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ମୁଖ୍ୟ ଅଭିଯୁକ୍ତ ହିମାଦ୍ରୀ ଶେଖର ଦାସ ଓରଫ୍ ରହିମ ଖାନ, ପତ୍ନୀ ଆୟେଶା ବେଗମ ଓ ତାଙ୍କ ଧରମବାପା ଫକୀର ମଲ୍ଲିକଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ ।

୨୦୧୫ ସେପ୍ଟେମ୍ବର ୨୧ ତାରିଖ ବିଳମ୍ବିତ ରାତିରେ ଲୁଟ୍ ଉଦ୍ଦେଶ୍ୟରେ ଦୀନବନ୍ଧୁ ମଲିକ, ତାଙ୍କ ପତ୍ନୀ ନିର୍ମଳା, ବଡ ଝିଅ ୧୧ ବର୍ଷୟ ଶାଶ୍ବତୀ ଏବଂ ୪ ବର୍ଷର ସାନ ଝିଅ ପ୍ରଣତିଙ୍କ ତଣ୍ଟି କାଟି ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ ଦୁର୍ବୃତ। ଏହା ପରେ ସୁନା ଅଳଙ୍କାର, ମୋବାଇଲ ଓ ବାଇକ୍ ନେଇ ଫେରାର ହୋଇଯାଇଥିଲେ । ଯାହାକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳିଯାଇଥିଲା ।  ଘଟଣାକୁ ଅତ୍ୟନ୍ତ ଗୁରୁତର ସହ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ଦେଇଥିଲେ । କ୍ରାଇମବ୍ରାଞ୍ଚ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ  କରିଥିଲା  ।

   Related Posts