ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | April 16, 2021 IST

ଭୁବନେଶ୍ୱର ୧୬।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଭଦ୍ରକ, ଗଜପତି ଓ ସମ୍ବଲପୁରରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି ।

{"id":439131,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୨୮୧୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.