ସବୁ ରେକର୍ଡ ଭାଙ୍ଗିଲା କରୋନା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୨୧୦୪ ମୃତ

Published By : Prameya-News7 Bureau | April 22, 2021 IST

ନୂଆଦିଲ୍ଲୀ ୨୨।୦୪: ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୧୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୦୪ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୧୪ ହଜାର ୮୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୧୦୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୯ ଲକ୍ଷ ୩୦ହଜାର ୯୬୫ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୪ ହଜାର ୬୫୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୪ ଲକ୍ଷ ୫୪ ହଜାର ୮୮୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୨୯୧୪୨୮।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.