Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା

21/06/2021 at 12:44 PM

ନୂଆଦିଲ୍ଲୀ ୨୧।୬: ଭାରତର ପୂର୍ବୋତ୍ତର ରାଜ୍ୟରେ ଗତ କିଛି ଦିନ ହେବ ଲଗାତର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ସମୟରେ ସୋମବାର ସକାଳୁ ସକାଳୁ ଅରୁଣାଞ୍ଚଳ ପ୍ରଦେଶରେ ଭୂକମ୍ପ ଝଟକ ଅନୁଭୂତ ହୋଇଛି । ଇଟାନଗରରେ ସକାଳ ୬ଟା ୯ ମିନିଟ୍ ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩ ରହିଛି । ଯଦିଓ ଏହି ଭୂକମ୍ପରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ ।

ଏହା ପୂର୍ବରୁ ଅରୁଣାଞ୍ଚଳ ପ୍ରଦେଶର ପାଙ୍ଗିନରେ ଶନିବାର ବିଳମ୍ବିତ ରାତିରେ ପ୍ରାୟ ୧ଟା ୨ମିନିଟ୍ ରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୧ ରହିଥିଲା । ଏହାସହ ଶନିବାର ବିଳମ୍ବିତ ରାତିରେ ମଣିପୁର ଶିରୁଇ ଗାଁ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଥିଲା । ଏଥିଯୋଗୁଁ କୌଣସି କ୍ଷୟକ୍ଷତି ହେବାର ସୂଚନା ନଥିଲା ।

ଏହା ପୂର୍ବରୁ ଆସାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ପୂର୍ବୋତ୍ତର ଭାରତରେ ୨୪ ଘଣ୍ଟା ମଧ୍ୟରେ ୫ମ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି ।

   Related Posts