ହୀରାକୁଦ ଡ୍ୟାମ୍ର ଆଉ ୩ଟି ଗେଟ୍ ଖୋଲିଲା, ୧୫ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
27/06/2020 at 1:49 PM

ସମ୍ବଲପୁର ୨୭।୬: ହୀରାକୁଦ ଜଳ ଭଣ୍ଡାରର ଆଉ ୩ଟି ଗେଟ୍ ଖୋଲିଲା । ଉପର ମୁଣ୍ଡରୁ ଜଳ ପ୍ରବାହ ବୃଦ୍ଧି ପାଇବାରୁ ଶୁକ୍ରବାର ରାତିରେ ଦୁଇଟି ଗେଟ୍ ଖୋଲାଯାଇଥିଲା । ଏବେ ମୋଟ୍ ୧୫ଟି ଗେଟ୍ ଯୋଗେ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ କରାଯାଉଛି ।
ଶନିବାର ସକାଳ ସୁଦ୍ଧା ଜଳଭଣ୍ଡାର ଜଳସ୍ତର ୬୧୫.୮୩ ଫୁଟ ରହିଥିଲା । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୮୧ ହଜାର ୨୨୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୪୫ ହଜାର କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ଉପର ମୁଣ୍ଡରୁ ଜଳପ୍ରବାହ ବୃଦ୍ଧି ପାଇଲେ ଆହୁରି ଅଧିକ ଗେଟ୍ ଖୋଲାଯାଇ ଜଳ ନିଷ୍କାସନ କରାଯିବ ବୋଲି ସୂଚନା ମିଳିଛି ।
Related Posts
ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
8 March 2021
ଜଙ୍ଗଲରେ ନିଆଁ ପାଇଁ ଅକଳରେ ବନବିଭାଗ, ଡକାଗଲା ଜରୁରୀ ବୈଠକ
8 March 2021