ଜମ୍ମୁକଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ୩ ଆତଙ୍କବାଦୀ ନିହତ, ଜଣେ ପୋଲିସ କର୍ମଚାରୀ ସହିଦ

Published By : Prameya-News7 Bureau | October 17, 2018 IST

ଶ୍ରୀନଗର ୧୭।୧୦: ଆଜି ଜମ୍ମୁକଶ୍ମୀର ଶ୍ରୀନଗରର ଫତେହ କଦାଲରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଲଶ୍କର-ଇ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ କମାଣ୍ଡର ରହିଛନ୍ତି । ଗୁଳିବିନିମୟରେ ଜଣେ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି। ଆତଙ୍କବାଦୀମାନେ ସ୍ଥାନୀୟ ଜଙ୍ଗଲରେ ଲୁଚିରହିଥିବା ସୁରକ୍ଷାକର୍ମୀ ମାନେ ସୂଚନା ପାଇ ଅପରେସନ ଆରମ୍ଭ କରିଥିଲେ । କମ୍ବିଂ ବେଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସୁରକ୍ଷା କର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସମଗ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.