କମୁଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୩୫୮ ସଂକ୍ରମିତ

Published By : Prameya-News7 Bureau | December 16, 2020 IST

ଭୁବନେଶ୍ଵର ୧୪।୧୨: ଶୀତ ଦିନରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଯେଉଁ ଆଶଙ୍କା କରାଯାଉଥିଲା ତାହା ପ୍ରାୟତଃ ଦୂର ହେବାରେ ଲାଗିଛି। ହେଲେ ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ନିଜର କାୟା ମେଲାଇ ପାରୁ ନାହିଁ ମହାମାରୀ କରୋନା। ଓଡିଶାରେ କରୋନାର ପ୍ରକୋପ କମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗିଛି। ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୦, ୨୦୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ବୁଧବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

wp:html /wp:html

ବିଭାଗ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ସୁନ୍ଦରଗଡରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୂରଭଞ୍ଜରୁ ୨୩, ବରଗଡରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୧୯, ପୁରୀରୁ ୧୮, ନୂଆପଡାରୁ ୧୬, ବାଲେଶ୍ଵରରୁ ୧୫, କେନ୍ଦୁଝରରୁ ୧୩, ସମ୍ବଲପୁରରୁ ୧୧, ଝାରସୁଗୁଡାରୁ ୯, ଜଗତସିଂହପୁରରୁ ୮, ଯାଜପୁରରୁ ୭, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଗଞ୍ଜାମରୁ ୫, ନବରଙ୍ଗପୁରରୁ ୫, ମାଲକାନଗିରିରୁ ୪, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ନୟାଗଡରୁ ୧, ରାୟଗଡାରୁ ୧ ଓ ରାୟଗଡାରୁ ଜଣେ କୋଭିଡ୍ ୧୯ରୁ ସୁସ୍ଥ ହୋଇଛନ୍ତି।

wp:html /wp:html

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୩୮୯କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୧୫ରେ ପହଞ୍ଚିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.