ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୦୦ କରୋନା ସଂକ୍ରମିତ, ୩୨୪୩୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
15/12/2020 at 12:04 PM

ଭୁବନେଶ୍ବର ୧୫।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 14th December
— I & PR Department, Odisha (@IPR_Odisha) December 15, 2020
New Positive Cases: 300
In quarantine: 174
Local contacts: 126
(Details of local contacts will be shared by concerned District Administration)
District Wise Cases:
1. Angul: 44
2. Balasore: 14
3. Bargarh: 11
4. Bhadrak: 1
5. Balangir: 12
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୯ ଜଣ ରହିଛନ୍ତି ।
23. Rayagada: 1
— I & PR Department, Odisha (@IPR_Odisha) December 15, 2020
24. Sambalpur: 15
25. Sonepur: 1
26. Sundargarh: 34
27. State Pool: 9
New recoveries: 389
Cumulative tested: 6437365
Positive: 324389
Recovered: 319458
Active cases: 3063
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୪୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୩୭୩୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।