ରାଜଧାନୀରୁ ଆଉ ୩୦୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୯୨

Published By : Prameya-News7 Bureau | September 23, 2020 IST

ଭୁବନେଶ୍ୱର, ୨୩ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ ୨୧୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୯୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୫୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୭୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.