Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାସନ ରୟ ଓ ଓ୍ଵିଲିୟମସନଙ୍କ ଅର୍ଦ୍ଧଶତକ, ଲଗାତାର ପରାଜୟ ପରେ ରାଜସ୍ଥାନକୁ ହରାଇ ବିଜୟର ସ୍ଵାଦ ଚାଖିଲା ହାଇଦ୍ରାବାଦ
  • ||
  • ବିଜାପୁର ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲ ହମ୍‌ଲା, ଜାରି ରହିଛି ଗୁଳି ବିନିମୟ
  • ||
  • ନ୍ୟୁଜ7ରେ ପୁଣି ଆାରମ୍ଭ ହେବ ‘ହଟସିଟ୍ ’, ସିଜନ-୨ରେ ସାମିଲ୍‌ ହେବେ ବହୁ ବିଶିଷ୍ଟ ବ୍ୟକ୍ତି
  • ||
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୦୨୫ କରୋନା ସଂକ୍ରମିତ

1/09/2020 at 10:15 AM

ଭୁବନେଶ୍ୱର ୧।୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୮୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୬, କଟକରୁ ୩୧୨, ମୟୂରଭଞ୍ଜରୁ ୨୧୫, ଗଞ୍ଜାମରୁ ୨୦୭, କୋରାପୁଟରୁ ୧୩୯, ପୁରୀରୁ ୧୩୬, ଢେଙ୍କାନାଳରୁ ୧୩୨, କେନ୍ଦ୍ରାପଡ଼ାରୁ ୧୨୮, ଭଦ୍ରକରୁ ୯୪, ଯାଜପୁରରୁ ୮୫, ସମ୍ବଲପୁରରୁ ୮୩, କଳାହାଣ୍ଡିରୁ ୮୨, ନୂଆପଡ଼ାରୁ ୭୯ ପଜିଟିଭ୍,ଜଗତସିଂହପୁର ୭୮, ବରଗଡ଼ ୬୧, ଝାରସୁଗୁଡ଼ା ୫୯ , ନୟାଗଡ଼ ୬୭, ଅନୁଗୁଳ ୫୮, ସୁନ୍ଦରଗଡ଼ ୫୬, କେନ୍ଦୁଝର ୫୦, ନବରଙ୍ଗପୁର ୪୬, ବାଲେଶ୍ବର ୪୦, ମାଲକାନଗିରି ୩୨, ଗଜପତି ୨୯, ବଲାଙ୍ଗିର ୨୪, ରାୟଗଡ଼ା ୧୩, କନ୍ଧମାଳ ଓ ସୁବର୍ଣ୍ଣପୁରରୁ ୨୨ ଜଣ ଲେଖାଏଁ, ବୌଦ୍ଧରୁ ୯ ଓ ଦେବଗଡ଼ରୁ ଜଣେ କରୋନI ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

   Related Posts