Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୦୩ କୋଭିଡ୍ ସଂକ୍ରମିତ, ୩୨୮୫୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

27/12/2020 at 10:58 AM

ଭୁବନେଶ୍ବର ୨୭।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୫୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୩୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୨୭୧୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts