Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୦୫୩ କରୋନା ସଂକ୍ରମିତ, ୨୨୯୩୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

3/10/2020 at 11:25 AM

ଭୁବନେଶ୍ବର ୦୩।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୯୩୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୪୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮୫ଜଣ, ବରଗଡ଼ ଜିଲ୍ଲାରୁ ୯୮ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୫ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୨୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭୨ଜଣ, ଯାଜପୁର ଜିଲ୍ଲାରୁ ୧୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୩୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬୧ଜଣ, କୋରାପୁଟ ଜିଲ୍ଲାରୁ ୪୪ଜଣ, ମାଲକାନଗିରି ଜିଲ୍ଲାରୁ ୬୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୬୭ଜଣ, ନୂଆପଡ଼ା ଜିଲ୍ଲାରୁ ୫୬ଜଣ, ପୁରୀ ଜିଲ୍ଲାରୁ ୧୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୩ଜଣ, ସୋନପୁର ଜିଲ୍ଲାରୁ ୮୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୮ଜଣ, ଷେ୍ଟଟ ପୁଲ୍‌ରୁ ୧୪୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୯୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୪୧୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୯୫୨୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts