Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଖସୁଛି କରୋନା ଗ୍ରାଫ୍, ଦେଶରେ ଗତ ୨୪ଘଣ୍ଟାରେ ୩୦୫୪୮ ନୂଆ ଆକ୍ରାନ୍ତ ଚିହ୍ନଟ

16/11/2020 at 10:20 AM

ନୂଆଦିଲ୍ଲୀ ୧୬।୧୧: କମୁଛି କରୋନା, ହ୍ରାସ ପାଉଛି ସଂକ୍ରମଣ । ଦେଶରେ କରୋନା ସଂକ୍ରମଣ ସଂଖ୍ୟାରେ ଗତକିଛି ଦିନ ମଧ୍ୟରେ ସବୁଠାରୁ ବଡ଼ଧରଣର ହ୍ରାସ ପାଇଥିବାର ଦେଖିବାକୁ ମିଳିଛି । ଗଚ ୨୪ଘଣ୍ଟାରେ ଦେଶରେ ୩୦,୫୪୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରବିବାର ଦିନ ୪୧,୧୦୦ଜଣ ଚିହ୍ନଟ ହୋଇଥିଲେ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୨ଲକ୍ଷ ପାର୍‌ ହୋଇସାରିଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ଗତ ୨୪ଘଣ୍ଟାରେ ୩୦୫୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୫ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ କରୋନା ଭାଇରସରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୮,୪୫,୧୨୭ଜଣ ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି । ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ୮୨,୪୯,୫୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତ ୨୪ଘଣ୍ଟା ମଧ୍ୟରେ ୪୩,୮୫୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ଭାଇରସରେ ଆକ୍ଟିଭ୍‌ କେସ୍‌ ୫ଲକ୍ଷ ତଳେ ରହିଛି ।

ଦେଶରେ କରୋନାରେ ବର୍ତ୍ତମାନ ୪,୬୫,୪୭୮ଟି ଆକ୍ଟିଭ୍‌ କେସ୍‌ ରହିଛି । ଗତ ୨୪ଘଣ୍ଟାରେ ଏହି ସଂଖ୍ୟାରେ ୧୩,୭୩୮କମ ଆସିଛି । ସେପଟେ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ୧,୩୦,୦୭୦ଜଣଙ୍କ କରୋନାରେ ମୃତ୍ୟୁ ହୋଇସାରିଛି ।

   Related Posts