Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||

ସୁସ୍ଥ ହେଲେ ଯାଜପୁରର ୩୩ କରୋନା ସଂକ୍ରମିତ, ଆକ୍ଟିଭ କେସ୍‌ ୩୧ ରେ ସୀମିତ

12/05/2020 at 9:35 PM

ଯାଜପୁର୧୨/୫: ରାଜ୍ୟରେ ପୁଣି ସୁସ୍ଥ ହେଲେ ୩୩ କରୋନା ସଂକ୍ରମିତ। ପୂର୍ବରୁ ୨ଜଣ ସଂକ୍ରମିକ ସୁସ୍ଥ ହୋଇଥିବା ବେଳେ ଆଜି ଆହୁରି ୩୧ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ସମସ୍ତ କରୋନା ସଂକ୍ରମିତ ହେଉଛି ଯାଜପୁର ଜିଲ୍ଳାର। ଯାଜପୁରର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪ ଥିବା ବେଳେ ମଙ୍ଗଳବାର ୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ଯାଜପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧ରେ ସୀମିତ ରହିଛି।ସେହିପରି ଯଦି ରାଜ୍ୟ କଥା କହିବା ତେବେ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧୮ ଜଣ କରୋନା ସଂକ୍ରମିତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ରେ ସୀମିତ ରହିଛି।

ଯାଜପୁରରେ ସୁସ୍ଥ ହୋଇଥିବା କରୋନା ସଂକ୍ରମିତ କଳିଙ୍ଗନଗର ଟାଟା ହସ୍ପିଟାଲ ଏବଂ ସମ୍ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। କଳିଙ୍ଗନଗର ହସ୍ପିଟାଲରୁ ୧୭ ଜଣ ଏବଂ ସମ୍ କୋଭିଡ ହସ୍ପିଟାଲରୁ ୧୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

   Related Posts