Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

୨ ଦିନରେ ୨୬ ଜଣ ଶିକ୍ଷକ ଏବଂ ୨ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ, ଜିଲ୍ଲା ପ୍ରଶାସନର ବଢ଼ି ଗଲାଣି ଚିନ୍ତା

9/01/2021 at 8:59 PM

ଗଜପତି୯/୧: ଗଜପତି ଜିଲ୍ଲାରେ ଚିନ୍ତା ବଢ଼ାଇ ଦେଲାଣି କରୋନା। ଗତକାଲି ସ୍କୁଲ ଖୋଲିଲା କିନ୍ତୁ ଆଜି କରୋନା ସଂକ୍ରମିତ ଚିହ୍ନଟ ହୋଇସାରିଲେଣି। ମାତ୍ର ୨ ଦିନରେ ୨୬ ଜଣ ଶିକ୍ଷକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲ୍ଲାର ମୋହନା ବ୍ଲକରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ପରୀକ୍ଷା ବେଳେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ୨ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 ବିଦ୍ୟାଳୟ ଖୋଲିବା ପୂର୍ବରୁ ଶିକ୍ଷକ ଏବଂ ସ୍କୁଲ କର୍ମଚାରୀଙ୍କ ନମୁନା ପରୀକ୍ଷା କରାଯାଇଛି। ଯାହା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏ ସଂପର୍କରେ  ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର ସୂଚନା ଦେଇଛନ୍ତି।

   Related Posts