Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

କାୟା ମେଲାଉଛି କରୋନା, ରାଜଧାନୀରେ ଚିହ୍ନଟ ହେଲେ ଆଉ ୩୧୧ କୋଭିଡ୍-୧୯ ପଜିଟିଭ୍

16/04/2021 at 7:12 PM

ଭୁବନେଶ୍ଵର ୧୪।୦୪:  ଓଡିଶାରେ କରୋନା ପ୍ରକୋପ ନିଜର କାୟା ମେଲାଇବାରେ ଲାଗିଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିଛି। ରାଜ୍ୟ ସହ ତାଳ ଦେଇ ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି।  ସଂପ୍ରତି ଦୈନିକ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଭୁବନେଶ୍ଵର ମହାନଗର ଅଞ୍ଚଳରେ ୩୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩୪ ହଜାର ୮୯୦କୁ ବୃଦ୍ଧି ଘଟିଛି। ଅନ୍ୟପଟେ ୧୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ଵର ମହାନଗର କର୍ତ୍ତୃପକ୍ଷ ଶୁକ୍ରବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛନ୍ତି।

ଆଜି ଚିହ୍ନଟ ୩୧୧ ମଧ୍ୟରୁ ୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ କେସ୍ ସଂଖ୍ୟା ୨୪୫ ରହିଛି।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ଏ ପର୍ଯ୍ୟନ୍ତ ୩୪୮୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୨୬୩୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୮୧ ରହିଛି। ୨୫୦ ଜଣଙ୍କ କରୋନାରେ ପ୍ରାଣହାନୀ ଘଟିଛି। ରାଜଧାନୀ କରୋନାର ହଟ୍‌ସ୍ପଟ୍‌ ପାଲଟିଲାଣି।

   Related Posts