କାୟା ମେଲାଉଛି କରୋନା, ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | April 17, 2021 IST

ଭୁବନେଶ୍ବର ୧୭।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୪୫୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୧୫୬ଜଣ, ଭଦ୍ରକ ଜିଲ୍ଲାରୁ ୫୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୨ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬୭ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୩ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ନ୪୯୭ଜଣ, କୋରାପୁଟ ଜିଲ୍ଲାରୁ ୧୮ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୬ଜଣ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୩୯୫ଜଣ, ପୁରୀ ଜିଲ୍ଲାରୁ ୧୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୧୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୪୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୩୫୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୬୫୪୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.