ରାଜଧାନୀରୁ ବାହାରିଲେ ଆଉ ୩୧୬ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୨୬

Published By : Prameya-News7 Bureau | October 09, 2020 IST

ଭୁବନେଶ୍ୱର ୦୯।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୧୬  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୮୫୩ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୪ ଜଣ ରହିଥିବା ବେଳେ ୩୨୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୨୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୧ ଜଣଙ୍କର ମୃତ୍ୟୁ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.