Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୧୬ କୋଭିଡ୍ ପଜିଟିଭ୍

1/11/2021 at 9:54 AM

ଭୁବନେଶ୍ୱର ୦୧।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୧ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୩୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୯୧୪୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୦୫୭୯୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts