Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ଭୁବନେଶ୍ବରରୁ ଦିନକରେ ୩୧୭ ଆକ୍ରାନ୍ତ ଚିହ୍ନଟ, ୩୩୧ ସୁସ୍ଥ

6/07/2021 at 7:27 PM

ଭୁବନେଶ୍ବର୦୬/ ୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୧୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୪୩ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୧, ୯୫୮ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୦,୩୨୯ ଜଣ ସୁସ୍ଥ ହୋଇସାରିଛନ୍ତି । ୪୮୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୨୮ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୩୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts