ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୧୮ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | November 07, 2021 IST

ଭୁବନେଶ୍ୱର ୦୭।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୮ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୧ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୯ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୮୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୪୧୧୨୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.